ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ

ନୂଆପଡ଼ା ,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ ହୋଇଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।ଏପରିକି ଅପରାହ୍ନ ୪ଟା ସୁଦ୍ଧା ଅନ୍ୟ ଜିଲାରୁ ନୂଆପଡ଼ା ଆସିଥିବା ନେତା ଏବଂ କର୍ମୀଙ୍କୁ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ପୋଲିଂ ପାର୍ଟି ସୋମବାର ବାହାରି ସନ୍ଧ୍ୟା ସୁଦ୍ଧା ପୋଲିଂ ବୁଥରେ ପହଞ୍ଚିବେ। ଅନ୍ୟ ଜିଲ୍ଲାରୁ ଯେଉଁମାନେ ଯାଇଥିଲେ ସେମାନେ ଜିଲ୍ଲା ଛାଡି ଦେଇଛନ୍ତି । ସାଇଲେଣ୍ଟ ଆୱାରରେ ଏକାକୀ ପ୍ରାର୍ଥୀ ଘର ଘର ବୁଲି ପ୍ରଚାର କରିପାରିବେ । କିନ୍ତୁ ଗୋଷ୍ଠୀ କରି ଯାଇପାରିବେ ନାହିଁ । ରାତି ୧୦ଟା ପରେ ସମ୍ପୂର୍ଣ୍ଣ ପ୍ରଚାର ବନ୍ଦ ରହିବ ।ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୫୭ଟି ସମ୍ବେଦନଶୀଳ ବୁଥ୍ ଅଛି । ପୋଲିଂ ପାର୍ଟି କାଲି ବାହାରି ସନ୍ଧ୍ୟା ସୁଦ୍ଧା ପୋଲିଂ ବୁଥ୍‌ରେ ପହଞ୍ଚିବେ । ସବୁ ବୁଥ୍‌ରେ ପୋଲିସ ବ୍ୟବସ୍ଥା ହୋଇଛି । କେନ୍ଦ୍ରୀୟ ସୁରକ୍ଷା ବଳ ମଧ୍ୟ ମୁତୟନ ଅଛନ୍ତି । ଆମେ ଆଶା କରୁଛୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହେବ । ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉପନିର୍ବାଚନ ଫଳାଫଳ ନଭେମ୍ବର ୧୪ ତାରିଖରେ ପ୍ରକାଶ ପାଇବ । ବିଜେଡିର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଉପନିର୍ବାଚନ ପାଇଁ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ମୈଦାନରେ ଓହ୍ଲାଇଛି ।ଏପରିକି ନୂଆପଡ଼ା ନିର୍ବାଚନ ମଣ୍ଡଳିର ପ୍ରତିଟି ବୁଥରେ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ରହିବେ। ଏପରି କି ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହେବାନେଇ CEO ଆଶାବାଦୀ ଥିବା କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!