ଭୁବନେଶ୍ବର ୧୨।୧୧: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହି ରାଜ୍ୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମରେ ୨୪୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଓ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ୧୦୦୦ରୁ ଉର୍ଦ୍ଧ୍ବ ସରକାରୀ ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଛନ୍ତି । ଚଳିତ ବର୍ଷ ‘ସୁରଭି’ କାର୍ଯକ୍ରମରେ – “ନିପୁଣ ଓଡ଼ିଶା-ନିପୁଣ ଭାରତ” କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟ ଓ କ୍ଲଷ୍ଟର ସ୍ତରରେ ଭାଗନେବାର ସୁଯୋଗ ଦିଆଯାଇଛି । ସୁରଭି କେବଳ ଶିଶୁ ପ୍ରତିଭାର ବିକାଶ ପାଇଁ ଏକ ଉତ୍ସବ ନୁହେଁ — ଏହା ପ୍ରତ୍ୟେକ ଶିଶୁମାନଙ୍କ ସ୍ୱପ୍ନ, ସୃଜନଶୀଳତା, ଚିନ୍ତାଧାରା ଓ ପ୍ରତିଭା ବିକାଶର ମଞ୍ଚ । ବିଦ୍ୟାର୍ଥୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ‘ସୁରଭି’ ଏକ ଅଦ୍ବିତୀୟ ପ୍ଲାଟଫର୍ମ ସାଜିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |