ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ, ,୧୩।୧୧: ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!