ଭୁବନେଶ୍ୱର,୧୩ା୧୧: ଆସନ୍ତା ୨୦ ତାରିଖରୁ ଖରିଫ ଧାନକିଣା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ତେବେ ବରଗଡ଼ ଜିଲାରୁ ହିଁ ଧାନକିଣା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।ଏଥିସହିତ ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତ୍ତି ହୋଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି କରାଯିବ। ତେବେ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |