ଖୁବ୍‌ ଶୀଘ୍ର ଆରମ୍ଭ ହେବ କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି। କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ ବସିଥିଲା। ଏହା ପରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଫାଇନାଲ ଡିପିଆର ପ୍ରସ୍ତୁତ କରାଯାଇ ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ।ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିର ଭଳି ତୁଳସୀକ୍ଷେତ୍ରର ଶ୍ରୀବଳଦେବଜୀଉ ପରିକ୍ରମା ପ୍ରକଳ୍ପ ହେବ। ଶ୍ରୀବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ କାମ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ଚଳିତ ଆର୍ଥିକ ବର୍ଷରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଭିତ୍ତିଭୂମି ବାବଦକୁ ରାଜ୍ୟ ସରକାର ପ୍ରାୟ ୧୦୦କୋଟି ଟଙ୍କାର ବଜେଟ୍‌ ରଖିଛନ୍ତି। ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ଆଜି ସମୀକ୍ଷା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରିକ୍ରମା ପ୍ରକଳ୍ପ ଓ‌ ଉନ୍ନତିକରଣ ନିମନ୍ତେ ଆର୍ଥିକ ବଜେଟ ଅଟକଳ ଓ ଡିପିଆର ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!