ଭୁବନେଶ୍ୱର,୧୮।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ଏହାରି ଭିତରେ ହ୍ୟୁମାନଙ୍କ ମାଆ ଶେଫାଳି ସୁନା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ହ୍ୟୁମାନଙ୍କ ମୃତ୍ୟ ପାଇଁ ୩ ଜଣ ଦାୟୀ । ଜଣେ ମହିଳାଙ୍କ ସହ ଅନ୍ୟ ଦୁଇ ଯୁବକଙ୍କ ନାଁ ନେଲେ ହ୍ୟୁମାନଙ୍କ ମାଆ। ପପୁ, ପ୍ରଶାନ୍ତ, ଅର୍ପିତା ଚୌଧୁରୀ ମୋ ପୁଅର ଜୀବନ ନେଇଛନ୍ତ। ଅର୍ପିତା ମୋ ପୁଅକୁ ଧୋକା ଦେଇଛି । ମାନସିକ ବିଷାଦ ଭିତରେ ରହୁଥିଲା ମୋ ପୁଅ। କାଲି ICU ଆସିଥିଲେ ଏମାନେ। ମୋ ପୁଅକୁ ଅର୍ପିତା ମାରିଛି ବୋଲି ଅଭିଯୋଗ କରିଛନ୍ତି ହ୍ୟୁମାନଙ୍କ ମାଆ।ଅର୍ପିତାଙ୍କ ନାଁ ନେଇ ତାଙ୍କ ମାଆ କହିଛନ୍ତି, ପୁଅକୁ ବର୍ବାଦ କରି ଧୋଖା ଦେଲା। ଶେଷରେ ଡିପ୍ରେସନରେ ଆସି ପିଅର ମୃତ୍ୟୁ ହୋଇଥିବା କହିଛନ୍ତି ଶେଫାଳି ସୁନା । ଦେହ ଖରାପ ସତ୍ତ୍ୱେ ମୋ ପୁଅକୁ ବ୍ୟବହାର କରାଯାଉଥିଲା। ଦେହ ଖରାପ ବେଳେ ପୁଅକୁ ଷ୍ଟେଜ୍ ସୋ’ କରାଉଥିଲେ ବୋଲି ମ୍ୟାନେଜର ଓ ଆୟୋଜକଙ୍କୁ ଦୋଷ ଦେଲେ ହ୍ୟୁମାନଙ୍କ ମାଆ। ଏନେଇ ଅର୍ପିତା ଚୌଧୁରୀ ଓ ପପୁଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |