ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ୱର,୧୯।୧୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ, ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ।ସାପ କାମୁଡ଼ା ମୃତ୍ୟୁ ପାଇଁ ବର୍ତ୍ତମାନ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଉଛି। ନିକଟରେ ଏକ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ।
ବର୍ତ୍ତମାନ କ୍ଷତିପୂରଣ ରାଶି ୪ ଲକ୍ଷ ମିଳୁଥିବାବେଳେ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସୁପାରିସ୍‌ ହୋଇଛି।ଥରେ ସଂଶୋଧିତ କ୍ଷତିପୂରଣ ଢାଞ୍ଚା ଅନୁମୋଦନ ହେବା ପରେ ଏହା ସାରା ଦେଶରେ ଲାଗୁ ହେବ। ଏହା ବ୍ୟତୀତ, ସୁପ୍ରିମକୋର୍ଟ ଏହି ବର୍ଷ ଜାନୁଆରୀରେ ଆଣ୍ଟି-ଭେନମ୍ ସମେତ ସାପ କାମୁଡ଼ା ଚିକିତ୍ସା ସୁବିଧା ସମସ୍ତ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ କରାଇବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!