ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ମାଡ଼ି ଆସୁଛି ବଡ଼ ବର୍ଷା। ଲଘୁଚାପ ଭୟ ବଢ଼ାଇଲାଣି ଚାଷୀଙ୍କ ଚିନ୍ତା। ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ।୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ । ୪୮ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗତିପଥ ନେଇ କୌଣସି ସ୍ପଷ୍ଟତା ଆସି ନାହିଁ।ବାତ୍ୟା ହେଲେ ଉତ୍ତର ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ମାଡ଼ ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ଏବେ ଧାନ ପାଚୁଥିବାରୁ ବର୍ଷା ହେଲେ ଫସଲ ନଷ୍ଟ ହେବା ଚିନ୍ତାରେ ଚାଷୀ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |