ହ୍ୟୁମାନଙ୍କ ଦୁଇ ମ୍ୟାନେଜରଙ୍କ ନାଁରେ ଏତଲା

ଭୁବନେଶ୍ୱର,୨୧।୧୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ୨ ମ୍ୟାନେଜରଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଛି। ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା ହୋଇଛି। ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ହ୍ୟୁମାନଙ୍କ ମା’ଙ୍କୁ ଦୁର୍ବ୍ୟବହାର ଘଟଣାକୁ ବି ବିରୋଧ କରାଯାଇଛି। ଏପରିକି ତଦନ୍ତ କରାଯାଇ ହ୍ୟୁମାନଙ୍କ ମୃତ୍ୟୁ ପଛରେ ଥିବା ଖଳନାୟକଙ୍କୁ ଧରାଯାଇ ଉପଯୁକ୍ତ ଦଣ୍ଡ ଦେବାକୁ ଏତଲାରେ କୁହାଯାଇଛି।ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା’ଙ୍କୁ ର୍ଦୁବ୍ୟବହାର ନେଇ ମଧ୍ୟ ଅଭିଯୋଗ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!