ଭୁବନେଶ୍ୱର,୨୨ା୧୧ :ଓଡ଼ିଶାକୁ ବାତ୍ୟା ଭୟ , ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି।ମାଲେସିଆ ପାଖ ମାଲାକ୍କା ସମୁଦ୍ର ସିନ୍ଧି( ଷ୍ଟେଟ୍ ଅଫ୍ ମାଲାକ୍କା) ନିକଟରେ ଘୂର୍ଣ୍ଣିବଳୟ ରହିଛି। ଆଜି ଏହା ଘନୀଭୂତ ହୋଇ ଏକ ଲଘୁଚାପ ରୂପ ନେଇପାରେ। ଅଧିକ ଘନୀଭୂତ ହୋଇ୨୪ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ତା ପରେ ଆହୁରି ଘନୀଭୀତ ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ମାଲାକ୍କା ସମୁଦ୍ର ମଧ୍ୟ ଅଂଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସ୍ଥିର ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୨୮ ତାରିଖରେ ଏହା ଭୀଷଣ ବାତ୍ୟାର ରୂପ ନେଇପାରେ ।୨୯ ଓ ୩୦ ତାରିଖରେ ଅତି ଭୀଷଣ ବାତ୍ୟା ହୋଇ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମୁହାଁଇବ । ଏହା ଆନ୍ଧ୍ର ଓ ଓଡ଼ିଶା ଉପକୂଳ ମୁହାଁଇବାର ଅଧିକ ସମ୍ଭାବନା ରହିଛି ।ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍ ଅଫ୍ ମଲକ୍କାରେ ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଶନିବାର ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ। ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍ ୨୬ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଲଘୁଚାପ ସୃଷ୍ଟି ହେବା ପରେ ବର୍ଷା ଓ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ଡ. ମହାନ୍ତି କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |