ଭୁବନେଶ୍ୱର,,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ।ସୃଷ୍ଟି ହେଲା ଲଘୁଚାପ। ୨୪ରେ ଅବପାତ ସମ୍ଭାବନା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାଶ୍ବବର୍ତ୍ତୀ ଦକ୍ଷିଣଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃ୍ଷ୍ଟି ହୋଇଛି। ଦକ୍ଷିଣଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହା ୨୪ରେ ଅବପାତରେ ପରିଣତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସୂଚନା ମିଳିଛି।ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି।ଏହା ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେବାର ସମ୍ଭାବନା ରହିଛି Iଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ଦେଲା IMD।ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏହି ଲଘୁଚାପ କ୍ଷେତ୍ର। ପରେ ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବ।ଏବେ ମାଲାସ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଅବସ୍ଥିତ ରହିଛି ଲଘୁଚାପ। ଯାହାକୁ ନେଇ ଚିନ୍ତାରେ ପ୍ରତ୍ୟେକ ଲୋକ। ଆଉ ସବୁଠାରୁ ଅଦିକ ଭୟରେ ଅଛନ୍ତି ଚାଷୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |