ବଢିଲା ବାତ୍ୟା ସମ୍ଭାବନା,ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଳୟ

ଭୁବନେଶ୍ୱର,୨୩ା୧୧:ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଲଘୁଚାପ କ୍ଷେତ୍ର। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଜ୍ଞାନୀଙ୍କ ସୂଚନା ରହିଛି।ବାତ୍ୟା ଓ ବର୍ଷା ଆଶଙ୍କାରେ ଏବେ ରାଜ୍ୟର ଚାଷୀକୁଳ ଚିନ୍ତାରେ ରହିଛନ୍ତି।ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାର ପ୍ରଭାବରେ ଆଣ୍ଡାମାନ, ନିକୋବର ଦୀପପୁଞ୍ଜରେ ବର୍ଷା ଆରମ୍ଭ ହୋଇଗଲାଣି ।୨୭ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ ବର୍ଷା ଭୟ ରହିଛି । ଏବେଠାରୁ ଏ ସଂକ୍ରାନ୍ତରେ ସତର୍କ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।ଏପରିସ୍ଥିତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ରେ ଲଘୁଚାପରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ମାଲାକ୍କା ଷ୍ଟ୍ରେଟ୍‌ର ସମୁଦ୍ର ପାଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିବା ସହ ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପଟି ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ଘଣ୍ଟା ଅର୍ଥାତ୍‌ ୨୬ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପକୂଳରୁ ବହୁ ଦୂରରେ ରହିଛି। ତେଣୁ ଆଗାମୀ ୭ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ ଏବଂ ବାତ୍ୟା ଏପର୍ଯ୍ୟନ୍ତ ସୃଷ୍ଟି ହୋଇନାହିଁ। ତେବେ ବାତ୍ୟା ସଂକ୍ରାନ୍ତରେ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ବିଭିନ୍ନ ପାଣିପାଗ ମଡେଲର ବାତ୍ୟା ଆକଳନକୁ ନେଇ ଲୋକଙ୍କ ମନରେ ଛନକା ପଶିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!