ରାଜ୍ୟରେ ବଢ଼ିଲା ବାଘ ସଂଖ୍ୟା, ୩୨ରେ ପହଞ୍ଚିଲା ସଂଖ୍ୟା

ବାରିପଦା,୨୫ା୧୧: ଚଳିତବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ପିସିସିଏଫ୍‌ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି। ଚଳିତ ବର୍ଷ ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ପାଇ ୩୨ରେ ପହଞ୍ଚିଛି। ଗତ ବର୍ଷ ତୁଳନାରେ ୫ ବାଘ ଅଧିକ ବଢ଼ିଛନ୍ତି। ବାଘ କେବଳ ଶିମିଳିପାଳ ଅଭୟାରଣ୍ୟରେ ରହିଛନ୍ତି । ଏବେବି ସାତକୋଶିଆ ବାଘ ଶୂନ୍ୟ ହୋଇ ରହିଛି । ଏ ନେଇ ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା ସୂଚନା ଦେଇଛନ୍ତି ।ଓଡ଼ିଶାରେ ବାଘଙ୍କ ସଂଖ୍ୟାରେ ବୃଦ୍ଧି ହେବା ରାଜ୍ୟର ବନ୍ୟପ୍ରାଣୀ ସଂରକ୍ଷଣ ପ୍ରୟାସର ସଫଳତାକୁ ପ୍ରତିଫଳିତ କରୁଛି।ଭାରତରେ ବାଘଙ୍କ ସଂଖ୍ୟା ୨୦୦୬ରୁ ୨୦୧୮ ମଧ୍ୟରେ ୩୦% ବୃଦ୍ଧି ପାଇଛି।  ଏହା ୭୫% ବିଶ୍ୱ ବାଘଙ୍କୁ ଧାରଣ କରୁଥିବା ଭାରତର ସଫଳତାର ଭାଗ।ସେ କହିଛନ୍ତି, ଚଳିତ ବର୍ଷ ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଛି । ଗତ ବର୍ଷ ଶିମିଳିପାଳରେ ୨୭ଟି ବାଘ ରହିଥିବା ବେଳେ ଚଳିତ ବର୍ଷ ଏହି ସଂଖ୍ୟା ୩୨ରେ ପହଞ୍ଚିଛି । ସେହିପରି ଶିମିଳିପାଳରେ ୯ଟି ଛୋଟ ବାଘ ଛୁଆ ଥିବା ଜଣାପଡିଛି । ଯଦିଓ ପ୍ରତି ଚାରି ବର୍ଷରେ ଥରେ ବ୍ୟାଘ୍ର ସର୍ଭେ ରିପୋର୍ଟ ଜାତୀୟ ବ୍ୟାଘ୍ର ଗଣନା ତଥ୍ୟ ଅନୁଯାଇ ଆସନ୍ତା ବର୍ଷ ଜୁନ୍ ମାସରେ ଆସିବ । ବନ ବିଭାଗର ପର୍ଯ୍ୟାୟକ୍ରମେ କରାଯାଉଥିବା ଆଭ୍ୟନ୍ତରୀଣ ସର୍ଭେରୁ ଏଭଳି ତଥ୍ୟ ସାମ୍ନାକୁ ଆସିଥିବା ପ୍ରଧାନ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!