ଭୁବନେଶ୍ୱର,୨୬ା୧୧: ବିଧାନସଭାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ ଗୃହକୁ ସୁରୁଖୁରୁରେ ଚଳାଇବା ନେଇ ବୈଠକରେ ଆଲୋଚନା ହୋଇଛି। ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିବେ। ଗୃହରେ ଦ୍ଵିତୀୟ ଦିନ ଅତିରିକ୍ତ ବଜେଟ୍ ଆସିବ। ଅଧିବେଶନ ସ୍ଵାଭାବିକ ଭାବେ ଚାଲିବାକୁ ନେଇ ବାଚସ୍ପତି ଗୁରୁତ୍ଵ ଦେଇଛନ୍ତି। ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। ଶାସକ ଦଳ ଭଳି ବିରୋଧୀ ଦଳକୁ ସମାନ ସମୟ ଦେବାକୁ ଦାବି ହୋଇଛି। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବ ଦଳୀୟ ବୈଠକ ବସିଥିଲା। ଏଥିରେ ଶାସକ ଦଳର ବିଧାୟକଙ୍କ ସହିତ ବିଜେଡିର ପ୍ରମିଳା ମଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ଉପସ୍ଥିତ ଥିଲେ। ବିଧାନସଭା ସୁରୁଖୁରୁରେ ଚଳାଇବାକୁ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଏବଂ ବିଧାନସଭାରେ ଉଦବୋଧନ ଦେବା ନେଇ ଆଲୋଚନା ହୋଇଛି । ଏ ନେଇ ବିଧାନସଭା ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କିଭଳି ଭାବେ ବିଧାସଭାରେ ସୁରୁଖୁରୁରେ ବିଭ ପ୍ରସଙ୍ଗରେ ଆଲୋଚନା ହେବ ସେ ନେଇ ମଧ୍ୟ ଆଲୋଚନା ହୋଇଛି । ଜିରୋ ଆୱାର କେତେ ସମୟ ରହିବ, ସରକାରୀ ଦଳ କେତେ ସମୟ କହିବେ, ବିରୋଧୀ କେତେ ସମୟ କହିବେ ସେ ନେଇ ଆଲୋଚନା ହୋଇଛି । ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏ ନେଇ ବ୍ଲୁବୁକ୍ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବାବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ ।ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣୀ କରାଯିବା ସହ ବ୍ୟାରିକେଡିଂ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |