ଭୁବନେଶ୍ୱର,୨୭ା୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ବମପାଟି, ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ବମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ ଅନେକ ଉଚ୍ଚ ପଦାଧିକାରୀ ଯୋଗ ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |