ଭୁବନେଶ୍ୱର,୧।୧୨: ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି।ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ ଏହା ସରକାରୀ ଭାବେ ଲାଗୁ ହୋଇଛି।ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ସୋସିଆଲ ମିଡ଼ିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି ଯେ ଏହି ନାମ ପରିବର୍ତ୍ତନ ଲୋକଙ୍କ ଆଶାକୁ ପ୍ରତିଫଳିତ କରୁଛି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଏବଂ ଗୃହ ମନ୍ତ୍ରାଳୟର ମାର୍ଗଦର୍ଶନରେ ଏହି ପରିବର୍ତ୍ତନ ସ୍ୱଚ୍ଛତା, ସୁଗମତା ଏବଂ ଜନସାଧାରଣଙ୍କ ସହ ଦୃଢ଼ ସମ୍ପର୍କ ସ୍ଥାପନ ପ୍ରତି ପ୍ରତିବଦ୍ଧତାକୁ ଦର୍ଶାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |