ଭୁବନେଶ୍ୱର,୩ା୧୨: ଯୁକ୍ତ ୨ରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଅପଡେ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା-୨୦୨୬ ଆସନ୍ତା ଫେବ୍ରୁଆରିରୁ ଆରମ୍ଭ ହେବ ବୋଲି କୁହାଯାଇଛି।ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷଙ୍କକ ପକ୍ଷରୁ ସୂଚନା ମିଳିଛି।ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଫେବ୍ରୁଆରି ୧୮ ତାରିଖ ଠାରୁ ମାର୍ଚ୍ଚ ୨୧ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ। ଫେବ୍ରୁଆରି ୧୮ ତାରିଖ ଦିନ ପରୀକ୍ଷା ଆରମ୍ଭ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ୧୫ ତାରିଖ ଯାଏଁ ଜାରି ରହିବ।ଏଥର ମୋଟ ୪ଲକ୍ଷ ୭୩୭ ହଜାର ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଡିସେମ୍ବର ୧୫ ତାରିଖରେ ମିଳିବ ଆଡମିଟ କାର୍ଡ। ମୋଟ ୧୩୫୦ କେନ୍ଦ୍ରରେ ପରୀକ୍ଷା ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |