ଭୁବନେଶ୍ୱର, ୪।୧୨: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମହାନଦୀ ବିବାଦରେ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏନେଇ ଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରୀୟ ବୈଠକ ବସିଥିଲା। ଉଭୟ ରାଜ୍ୟର ବୈଷୟିକ ଟିମଙ୍କ ମଧ୍ୟରେ ଛଅ ଥର ଆଲୋଚନା ହୋଇଛି।ଛତିଶଗଡ଼ ସହ ମହାନଦୀ ଜଳ ବିବାଦ ନେଇ ଶୁକ୍ରବାର ବସିବ ଯୁଗ୍ମ ବୈଷୟିକ କମିଟି ଓ କାର୍ଯ୍ୟକାରୀ ବୈଠକ । ଆସନ୍ତା ୨୦ ତାରିଖରେ ରହିଛି ଟ୍ରିବୁନାଲରେ ଶୁଣାଣି । ଗୃହରେ ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ।ମନ୍ତ୍ରୀ କହିଛନ୍ତି, ମୁଖ୍ୟ ଶାସନ ସଚିବ ସ୍ତରରେ ବି ଦୁଇ ଥର ବୈଠକ ବସିଛି । ନଭେମ୍ବର ୧୦ ତାରିଖରେ ମୁଖ୍ୟ ଶାସନ ସଚିବ ସ୍ତରରେ ବୈଠକ ବସିଥିଲା । ଛତିଶଗଡ଼ ସହ ୬ ଥର ଯୁଗ୍ମ ବୈଷୟିକ କମିଟି ବୈଠକ ସରିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଉପସ୍ଥିତିରେ ପୂର୍ବାଞ୍ଚଳ ପରିଷଦ ବୈଠକରେ ଦୁଇ ରାଜ୍ୟ ମଧ୍ୟରେ ଆଲୋଚନା ହୋଇଛି । କେନ୍ଦ୍ର ସରକାର ଏହି ବିବାଦକୁ ଗୁରୁତ୍ବର ସହ ନେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |