ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି।ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଂଗଠନ ପକ୍ଷରୁ ସାମ୍ବାଦିକମାନଙ୍କୁ ପେନସନ୍ ଦେବା ପାଇଁ ସରକାରଙ୍କ ନିକଟରେ ଅନୁରୋଧ ମିଳିଛି। ଏହି ପ୍ରସ୍ତାବ ଉପରେ ସରକାର ବିଚାର କରୁଛନ୍ତି।ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ସୂଚନା ଦେଇଛନ୍ତି ଯେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ପ୍ରିଣ୍ଟ୍, ଇଲେକ୍ଟ୍ରୋନିକ୍, ଡିଜିଟାଲ୍ ଓ ୱେବ୍ ମିଡିଆରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ସ୍ୱାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯାଉଛି।ଏହି ଯୋଜନା ଅଧୀନରେ କାର୍ଯ୍ୟରତ ସାମ୍ବାଦିକ ଏବଂ ତାଙ୍କ ପରିବାର ଏମ୍ପ୍ୟାନେଲ୍ଡ ହସ୍ପିଟାଲ୍ରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍ଲେସ୍ ଚିକିତ୍ସା ସୁବିଧା ପାଇପାରୁଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |