ଭୁବନେଶ୍ୱର,୫।୧୨:ବିଧାନସଭା ଆଗରେ ପୁଣି ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ହଜାରେ ହଜାରେ ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ହଜାର ହଜାର ଶିକ୍ଷକ ଓ ଶିକ୍ଷୟତ୍ରୀ ଏକାଠି ହୋଇଛନ୍ତି। ୨ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ପ୍ରାଥମିକ ଶିକ୍ଷକମାନଙ୍କର ମୂଳ ପଦବୀକୁ ଅପଗ୍ରେଡ଼୍ କରି ମୂଳ ବେତନ ୩୫ ହାଜର ୪ ଶହ ଟଙ୍କା ପ୍ରଦାନ। ଏବଂ ଦ୍ୱିତୀୟ ଦାବି ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରୁ ଠିକା ପ୍ରଥା ଉଚ୍ଛେଦ କରି କାର୍ଯ୍ୟରତ ସମସ୍ତ ଶିକ୍ଷକମାନଙ୍କ ଠିକା କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା ସହ ନୋସନାଲ୍ ଇନକ୍ରିମେଣ୍ଟ୍ ପ୍ରଦାନ କରିବା। ରାଜ୍ୟରେ କାର୍ଯ୍ୟରତ ୧ଲକ୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀ ଦୀର୍ଘଦିନରୁ ଏହି ଦାବି କରି ଆସୁଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |