ଭୁବନେଶ୍ବର ୫।୧୨:ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ମିନିଟ ସମୟ ଦିଆଯିବ ବୋଲି କୁହାଯାଇଛି ।ତେବେ କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ପୁରା କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |