ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ,୫ା୧୨: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ରୁଷ ରାଷ୍ଟ୍ରପତି ପୁଟନ ଭିଜିଟର ବୁକ୍‌ ରେ ସ୍ୱାକ୍ଷର କରିଛନ୍ତି ।ପୁଟିନଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି ପୁଟନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ସେଠାରୁ ସିଧାସଳଖ ସେ ରାଜଘାଟ ଯାଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!