ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା

ମାଲକାନଗିରି ,୫।୧୨ : ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ। ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହେଲା ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆଜି ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ପରୀକ୍ଷା ହଲରେ ପରୀକ୍ଷାର୍ଥୀ ପହଞ୍ଚିବା ପରେ ଉପଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!