ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୬ା୧୨ : ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ ଶୁକ୍ରବାର ଶିକ୍ଷୟିତ୍ରୀଶିକ୍ଷକମାନେ ଗାନ୍ଧୀ ମାର୍ଗରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷକମାନେ ସମୂହ ଛୁଟିରେ ରହି ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମହାସଂଘର ଆବାହକ ରାମଲାଲ ପଟେଲ କହିଛନ୍ତି।ଦାବି ସମ୍ପର୍କରେ ସେ କହିଛନ୍ତି, ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକଙ୍କ ମୂଳ ପଦବୀକୁ ଅପ୍‌ଗ୍ରେଡ କରି ଲେବୁଲ ୯ ଅନୁଯାୟୀ ମୂଳ ବେତନ ୩୫,୪୦୦ଟଙ୍କା ପ୍ରଦାନ କରନ୍ତୁ। ସେହିପରି ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରିବା ସହିତ ୬ଟି ନୋଶନାଲ ଇନକ୍ରିମେଣ୍ଟ ପ୍ରଦାନ କରିବାକୁ ଶିକ୍ଷୟିତ୍ରୀଶିକ୍ଷକମାନେ ଦାବି କରିଆସୁଛନ୍ତି। ରାଜ୍ୟରେ ପ୍ରାଥମିକ ଶିକ୍ଷକମାନେ ସ୍ପଳ୍ପ ଦରମା ପାଉଥିବାରୁ ମାନସିକ ଚିନ୍ତାରେ ରହୁଛନ୍ତି। ଫଳରେ ରାଜ୍ୟରେ ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିରେ ଅହେତୁକ ଅବନତି ଘଟୁଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତୁରନ୍ତ ସମସ୍ତ ଘଟଣାର ସମାଧାନ କଲେ ହିଁ ଶିକ୍ଷକମାନେ ବିଦ୍ୟାଳୟରେ ପାଠ ପଢ଼ାଇପାରିବେ ବୋଲି ସେ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!