ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ ମଧ୍ୟରେ ଜୋର୍ଦାର ଲଢ଼େଇ ହେବ।ଏନେଇ ଉଭୟ ଟିମ୍ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି।ଭାରତୀୟ କ୍ରିକେଟ ଟିମ୍ର କୋଚ୍ ଗୌତମ ଗମ୍ଭୀର ପ୍ରଥମେ ବିମାନ ବନ୍ଦରରୁ ବାହାରିଥିଲେ । ତାଙ୍କ ସହିତ ତିଲକ ବର୍ମା, ଅର୍ସଦୀପ ସିଂ, ହର୍ଶିତ୍ ରାଣା, କୁଲଦୀପ ୟାଦବ, ୱାଶିଂଟନ ସୁନ୍ଦର ଓ ଅନ୍ୟ ଖେଳାଳି ମାନେ ପହଞ୍ଚିଛନ୍ତି । ଖେଳାଳିଙ୍କ ସହ ଅନ୍ୟ କୋଚିଙ୍ଗ ଓ ସପୋର୍ଟ ଷ୍ଟାଫ୍ ବି ପହଞ୍ଚିଛନ୍ତି । ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଓ ଯଶପ୍ରୀତ୍ ବୁମ୍ରା ବି ପହଞ୍ଚି ସାରିଛନ୍ତି । ଦକ୍ଷିଣ ଆଫ୍ରିକାର କୋଚ୍ ଓ ଖେଳାଳି ମାନେ ବି ବିମାନ ବନ୍ଦରରେ ପହଞ୍ଚିଛନ୍ତି ।କଡ଼ା ସୁରକ୍ଷା ବଳୟ ମଧ୍ୟରେ ହୋଟେଲକୁ ଗଲେ ଉଭୟ ଟିମ୍ । ହୋଟେଲରେ ଉଭୟ ଦଳର ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ।ସ୍ବତନ୍ତ୍ର ବିମାନରେ ଆସି ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ଭିତରେ ହୋଟେଲ ମେ’ ଫେୟାରରେ ପହଞ୍ଚିଲେ ଦୁଇ ଦେଶର ଖେଳାଳି। ହୋଟେଲ ପରିସରରେ ଉଭୟ ଦଳର ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |