‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ : ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୭।୧୨: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ। ମା’ ତାରିଣୀ ମନ୍ଦିର ସଂଲଗ୍ନ ଅଞ୍ଚଳର ବିକାଶ ସହ ଯାତ୍ରୀ ସୁବିଧା ପାଇଁ ପାଖାପାଖି ଅଞ୍ଚଳରେ ଅନେକ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବ। ସୁଦୀର୍ଘ ପାର୍କିଂ ବ୍ୟବସ୍ଥା, ଅହରହ ଜଳଯୋଗାଣ, ବିଦ୍ୟୁତ୍‌ ଓ ଆଲୋକୀକରଣ, ଡ୍ରେନେଜ୍ ସୁବିଧା, ମନ୍ଦିର ସୀମା ପ୍ରାଚୀର ନିର୍ମାଣ, ଆଲୋକ ଓ ଧ୍ୱନି ବ୍ୟବସ୍ଥା ସହ ମନ୍ଦିର ଭିତରେ ଯାତ୍ରୀଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବାହାରୁ ଧାଡ଼ି ପରିଚାଳନା ଯୋଜନା ହୋଇଛି। ବୃହତ୍‌ ପୁଷ୍କରିଣୀର ବିକାଶ, ଛୋଟ ପୁଷ୍କରିଣୀ ତଥା ମନ୍ଦିର ପଛ ପାର୍ଶ୍ୱରେ ପୁଷ୍କରିଣୀ ଏବଂ ଶିଶୁ ଖେଳପଡ଼ିଆ ନିକଟ ପୁଷ୍କରିଣୀକୁ ସୁଦୃଶ୍ୟ କରିବାକୁ ଯୋଜନା ହୋଇଛି।ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କେନ୍ଦୁଝର ସାଂସଦ ଅନନ୍ତ ନାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଏକ ବିଶାଳ ରୋଡ୍ ‌ସୋ’ ଆସି ଘଟଗାଁ ତାରିଣୀ ପୀଠରେ ପହଞ୍ଚିଥିଲେ। ଏହାପରେ ମିନି ଷ୍ଟାଡିୟମରେ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ବିଧାୟକ ଆକାଶ ଦାସ ନାୟକ, ହିମାଂଶୁ ଶେଖର ସାହୁ, ପୂର୍ବତନ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!