ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି। ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସହ ଖେଳାଳି ମଙ୍ଗଳବାର ସକାଳୁ ପୁରୀ ଯାଇଛନ୍ତି। ସେଠାରେ ମହାପ୍ରଭୁଙ୍କ ଦର୍ଶନ ସାରି କଟକ ଯିବେ ବୋଲି ଜଣାପଡ଼ିଛି। ଅଧିନାୟକ ସୂର୍ଯ୍ୟକୁମାର ଯାବ ତାଙ୍କ ସ୍ତ୍ରୀଙ୍କ ସହ ପୁରୀ ଯାଇଛ୍ତି। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା, କୂଲଦୀପ ଯାଦବ ମଧ୍ୟ ଯାଇଛନ୍ତି। ପୁରୀରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ଙ୍କ ସହ ୪ ଖେଳାଳି । T-20 ମ୍ୟାଚ୍ ପୂର୍ବରୁ ଜଗା ଦର୍ଶନ କରିଛନ୍ତି ଖେଳାଳି । କ୍ୟାପଟେନ୍ ସୂର୍ଯ୍ୟକୁମାରଙ୍କ ସହ ଅଛନ୍ତି ତାଙ୍କ ପତ୍ନୀ । କୋଚ୍ ଗୌତମ ଗମ୍ଭୀର, ତିଲକ ବର୍ମା, ୱାଶିଂଟନ ସୁନ୍ଦର । କଡ଼ା ସୁରକ୍ଷା ମଧ୍ୟରେ ମନ୍ଦିର ଭିତରକୁ ପ୍ରବେଶ କଲେ ଖେଳାଳି । ମ୍ୟାଚ୍ ପୂର୍ବରୁ କାଳିଆର ଆଶିର୍ବାଦ ନେଇଛନ୍ତି । କିଛି ଖେଳାଳି ମ୍ୟାଚ୍ ପୂର୍ବରୁ ଜଗା ଦର୍ଶନ ପାଇଁ ପୁରୀ ଅଭିମୁଖେ ।ବାରବାଟୀରେ ଆଜି ଲଢ଼ିବେ ଭାରତ-ଦକ୍ଷିଣ ଆଫ୍ରିକା । ଏଥିପାଇଁ ମହାପ୍ରଭୁଙ୍କ ଶରଣରେ ପହଞ୍ଚିଛି ଟିମ୍ ଇଣ୍ଡିଆ । କୋଚ୍ଙ୍କ ସହ କିଛି ଖେଳାଳି ବି ଦର୍ଶନ କରିଛନ୍ତି । ଏହାପର ସେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି । ସନ୍ଧ୍ୟା ୭ଟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ । ୫ ମ୍ୟାଚ୍ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ବାରବାଟୀରୁ ଆରମ୍ଭ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |