ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା

କଟକ,୧୧ା୧୨: ସାରା ରାଜ୍ୟରେ ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି। ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!