ଭୁବନେଶ୍ବର,୧୫।୧୨: ବଢିଲା ଆୟୁର୍ବେଦିକ ଓ ହୋମିଓପାଥିକ ପିଜି ଡାକ୍ତର ଛାତ୍ରଛାତ୍ରୀଙ୍କ ଷ୍ଟାଇେପଣ୍ଡ୍ । ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି ମୋହନ ସରକାର । ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।ଏହି ନୂଆ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ।ଷ୍ଟାଇପେଣ୍ଡ୍ ବୃଦ୍ଧି ନେଇ ସିଏମଓଙ୍କ ପକ୍ଷରୁ ସୂଚନା । ପିଜି କରୁଥିବା 120 ଜଣ ଛାତ୍ରଛାତ୍ରୀ ହେବେ ଉପକୃତ ।ପିଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ 55% ବୃଦ୍ଧି ହେବ । ଫଳରେ ଆଗରୁ ମାସିକ 31 ହଜାର ମିଳୁଥିବା ବେଳେ ଏବେ ମିଳିବ 48 ହଜାର ।ପିଜି ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ 62% ବୃଦ୍ଧି ହେବ । ଫଳରେ ଆଗରୁ ମାସିକ 32 ହଜାର ମିଳୁଥିବା ବେଳେ ଏବେ ମିଳିବ 52 ହଜାର ।ପିଜି ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ 67% ବୃଦ୍ଧି ହେବ । ଫଳରେ ଆଗରୁ ମାସିକ 33 ହଜାର ମିଳୁଥିବା ବେଳେ ଏବେ ମିଳିବ 55 ହଜାର ।ସେହିପରି ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନ ମାନଙ୍କ ଷ୍ଟାଇପେଣ୍ଡ ୧୭ ହଜାରରୁ ୩୦ ହଜାରକୁ ବୃଦ୍ଧି କରାଯାଇଛି। ଏହା ଚଳିତ ବର୍ଷ ଅଗଷ୍ଟ ପହିଲାରୁ ଲାଗୁହେବ।ଏହାଦ୍ବାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |