କେନ୍ଦ୍ରାପଡା, ୧୬।୧୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବନ୍ଧାହେଲେ କନିଷ୍ଠ ଯନ୍ତ୍ରୀ । ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ ରତ୍ନେଶ କୁମାର ପାଣ୍ଡେ। ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ ବିଦ୍ୟୁତୀକରଣ ପ୍ରକଳ୍ପ କାର୍ଯ୍ୟକାରୀ କରି ଜିପି ଉନ୍ନୟନମୂଳକ ପାଣ୍ଠିର ଅପବ୍ୟବହାର ଅଭିଯୋଗ ହୋଇଛି। ସେ ପିପିଲିସ୍ଥିତ ଏସବିଆଇ ଶାଖାରେ ଥିବା ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହାକୁ ସ୍ଥାନାନ୍ତର କରିଥିବା ଅଭିଯୋଗ ହୋଇଛି।ଏପର୍ଯ୍ୟନ୍ତ ତାଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଥିବା ୯.୭୦ ଲକ୍ଷ ଟଙ୍କାର ପ୍ରମାଣ ସଂଗ୍ରହ କରାଯାଇଛି। ଅପରପକ୍ଷରେ ଜେଇଙ୍କ ବିରୁଦ୍ଧରେ ଦୁର୍ନୀତି ନିବାରଣ ଆଇନ, ୨୦୧୮ର ଧାରା ୧୩(୨) ଏବଂ ୧୩(୧)(କ)/୧୨ ସହିତ ଆଇପିସି ଧାରା ୪୦୯ ଏବଂ ୧୨୦-ବି ସହିତ ଏକ ମାମଲା ରୁଜୁ କରାଯାଇଛି। ତେବେ ତାଙ୍କୁ କଟକର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସଙ୍କ କୋର୍ଟକୁ ପଠାଯିବ ବୋଲି ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |