ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭।୧୨ :ରାଜ୍ୟରେ   ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଛି। ଆସନ୍ତା ୨ଦିନ ୩ ଜିଲାରେ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କୋରାପୁଟ ଓ କନ୍ଧମାଳ ରହିଛି। ଅନ୍ୟପଟେ କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ। ମଙ୍ଗଳବାର ରେକର୍ଡ କରାଯାଇଥିବା ତାପମାତ୍ରା ଅନୁଯାୟୀ, ଦାରିଙ୍ଗବାଡ଼ିରେ ଦିନ ତାପମାତ୍ରା ସର୍ବାଧିକ ୨୪.୫ ଡିଗ୍ରୀ ସେଲସିୟସ୍‌ ଓ ରାତି ତାପମାତ୍ରା ୭.୦ ଡିଗ୍ରୀ ସେଲସିୟସ୍‌ ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୬.୫ ଡିଗ୍ରୀ ସେଲ୍‌ସିୟସ ରହିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!