କଟକ,୨୧ା୧୨: ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ ଏହାର ଧୂଅଁା ପରିବେଶକୁ ନଷ୍ଟ କରୁଛି। ଏପରି କି ଅନେକ ଗାଡିର ଫିଟ୍ନେସ୍ ନ ଥିବାରୁ ସେଥିରୁ ଅଧିକ ମାତ୍ରାରେ ଧୂଅଁା ବାହାରୁଛି। ଯେଉଁଥିପାଇଁ ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣ ପତ୍ର(ପିୟୁସିସି) ନ ଥିବ, ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ନ ଦେବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା(ଏସ୍ଟିଏ) ପକ୍ଷରୁ ସମସ୍ତ ତୈଳ ବିକ୍ରୟ କମ୍ପାନୀକୁ ଚିଠି ଲେଖାଯାଇଛି।ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି STA ପକ୍ଷରୁ ଏଭଳି ଚରମ ପଦକ୍ଷେପ ନିଆଯାଇଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ କରୁଥିବା ଯାନ ପାଇଁ STA ଅଙ୍କୁଶ ଲଗାଇଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହି ନିୟମକୁ ଅନ୍ତର୍ଭୁକ୍ତ କରାଯାଇଛି।ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାୟୁ ଗୁଣାବତ୍ତା ମାନକୁ ଉନ୍ନତ ରଖାଯିବ ବୋଲି ବିଶେଷ କରି ପରିବହନ ଯୋଗୁଁ ହେଉଥିବା ପ୍ରଦୂଷଣକୁ କମ୍ କରାଯାଇପାରିବ ବୋଲି ଆଶା କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |