ଭୁବନେଶ୍ୱର,୨୪।୧୨ – ଅନୁଗର୍ଗ ହେବେ ନୂଆ ମୁଖ୍ୟଶାସନ ସଚିବ । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ । ଅନୁ ଗର୍ଗ ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ ।ବର୍ତମାନ ମନୋଜ ଆହୁଜା ମୁଖ୍ୟଶାସନ ସଚିବ ଭାବେ କାର୍ଯ୍ୟଭାର ନିର୍ବାହ କରୁଛନ୍ତି । ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୩୧ ତାରିଖରେ ଶେଷ ହେବ । ୨୦୨୬ ଜାନୁଆରୀ ୧ ତାରିଖରୁ ଅନୁଗର୍ଗ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |