ସୋମବାରଠୁ ୨ ଘଣ୍ଟା ଓପିଡି ବନ୍ଦ : ଓମ୍‌ସାର

ଭୁବନେଶ୍ୱର ,୦୫।୦୧ : ସୋମବାରଠୁ ୨ ଘଣ୍ଟା ଓପିଡି ବନ୍ଦ ।  ଏଭଳି  ନିଷ୍ପତ୍ତି ନେଇଛି ଓମସା ।  ସରକାର ଡାକ୍ତରଙ୍କ ଦାବି ଶୁଣୁନଥିବାରୁ ସେମାନେ ନିଜ ଜିଦରେ ଅଟଳ ରହିଛନ୍ତି ।  ବିଭିନ୍ନ ସରକାରୀ ହସ୍ପିଟାଲରେ ସକାଳ ୯ଟାରୁ ଦିନ ୧୧ଟା ଓପିଡି ବନ୍ଦ ରହିବା ଯୋଗୁଁ ସ୍ଥିତି ବିଗିଡ଼ିବ । ଯାହାଫଳରେ ରୋଗୀ ସେବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳିଛି ।  । ତେବେ ଏଥିରୁ ମେଡିକାଲ କଲେଜକୁ ବାଦ ଦିଆଯାଇଛି ।ଅନ୍ୟପକ୍ଷରେ ଡାକ୍ତରଙ୍କ ଏହି ଚରମ ନିଷ୍ପତ୍ତିକୁ ସହମତି ଜଣାଇଛି କନିଷ୍ଠ ଡାକ୍ତର ସଂଘ। ପଦୋନ୍ନତି, ଦରମା ବୃଦ୍ଧି, କାର୍ଯ୍ୟକ୍ଷେତ୍ରରେ ସୁରକ୍ଷା ଆଦି ୧୦ ଦଫା ଦାବି ପୂରଣ ନେଇ ଓମ୍‌ସା ପ୍ରତିବାଦ କରିବା ସହିତ କଳାବ୍ୟାଜ୍ ପିନ୍ଧି ଗତ ୨୬ତାରିଖରୁ ପୂର୍ବାହ୍ନ ୧୦ରୁ ୧୧ଟା ଘଣ୍ଟାଏଁ ଲେଖାଏଁ ଓପିଡି ବନ୍ଦ ଜାରି ରଖିଛି। ହେଲେ ସରକାର ଦାବି ପୂରଣ ସମ୍ପର୍କରେ ସେଭଳି କୌଣସି ନିଷ୍ପତ୍ତି ଗ୍ରହଣ କଲେ ନାହିଁ। ବାଧ୍ୟ ହୋଇ ଓମ୍‌ସା କେନ୍ଦ୍ରୀୟ କାର୍ଯ୍ୟକାରିଣୀ କମିଟି ବୈଠକରେ ଡାକ୍ତରମାନେ ଓପିଡ଼ି ବନ୍ଦ ସମୟକୁ ୧ଘଣ୍ଟାରୁ ୨ଘଣ୍ଟାକୁ ବଢ଼ାଇବାକୁ ସ୍ଥିର କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଆନ୍ଦୋଳନ ଦେଖିବାକୁ ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!