ଭୁବନେଶ୍ୱର, ୬।୧: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।ଅନ୍ୟପଟେ ଶୀତ ସାଙ୍ଗକୁ କୋହଲା ପବନ, ତା ସାଙ୍ଗକୁ କୁହୁଡ଼ି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଆସନ୍ତା ତିନି ଦିନରେ ସାରା ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୩ ଡିଗ୍ରୀ ଯାଏ କମିପାରେ। ପରବର୍ତ୍ତୀ ତିନି ଦିନରେ ସର୍ବନିମ୍ନ ତାପମାତ୍ରା ପୁଣି ୨ ଡିଗ୍ରୀ ବଢ଼ିବ । ମକର ସଂକ୍ରାନ୍ତି ଯାଏ ଏହା ଅପରିବର୍ତ୍ତିତ ରହିପାରେ। ୧୦ ତାରିଖ ରାତିରେ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଦକ୍ଷିଣ ଉପକୂଳରେ ଶୀତ ସାମୟିକ ଭାବେ କମିପାରେ। ୧୧ ତାରିଖରେ ଶୀତ ପୁଣି ଲେଉଟିବ।ଆସନ୍ତା ୨୪ ଘଣ୍ଟାରେ କୋରାପୁଟ ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ନୟାଗଡ, ଗଂଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଓ କଟକରେ ଘନ କୁହୁଡି ପାଇଁ ଏହି ୧୦ଟି ଜିଲ୍ଲାରେ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଗଂଜାମ, ଗଜପତି, କନ୍ଧମାଳ, ନୟାଗଡ, କଟକ ଓ ଢେଙ୍କାନାଳ ଏହି ୬ଟି ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |