ସୁନ୍ଦରଗଡ଼,୧୮ା୧:ସୁନ୍ଦରଗଡ଼ ଜିଲ୍ଲାରେ ଗୋଷ୍ଠୀ ସଙ୍ଘର୍ଷ ପରେ ଜିଲ୍ଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି। ରିଜେଣ୍ଟ ମାର୍କେଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ ହେବା ପରେ ଆଖପାଖ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା।ପରିସ୍ଥିତିରେ ସୁଧାର ଆଣିବା ସହ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ଆଜି ସଂଧ୍ୟା ୬ରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କରିଦେଇଛି। ଫୋର୍ସ ମୁତୟନ କରି ଲୋକଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ କୁହାଯାଇଛି।ସୁନ୍ଦରଗଡ଼ରେ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ କରିଦିଆଯାଇଛି। ଅନ୍ଯପଟେ ସୁରକ୍ଷାକୁ ନଜରରେ ରଖି ସ୍କୁଲ, କଲେଜ ମଧ୍ୟ ବନ୍ଦ କରିଦେଇଛି। ୧୦ ପ୍ଲାଟୁନ୍ ଫୋର୍ସ ବ୍ୟବସ୍ଥା ସହିତ ୧୬୩ ଧାରା ଲାଗୁ କରିଛି ପ୍ରଶାସନ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |