ଭୁବନେଶ୍ବର,୧୯।୧: ସୋସିଆଲ ମିଡ଼ିଆରେ ଭିଡିଓ ଭାଇରାଲ ।କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହ ଖେଳ । ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।ସୋସିଆଲ୍ ମିଡିଆରେ ଭାଇରାଲ ହେଉଥିବା ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓରେ ଅନେକ ପରମ୍ପରା ବିରୋଧୀ ଦୃଶ୍ୟ ଦେଖିବାକୁ ମିଳିଛି। ଶ୍ରୀଜିଉଙ୍କ ବିଶାଳ ମୂର୍ତ୍ତି ବଡ଼ଦାଣ୍ଡରେ ସିଂହଦ୍ବାର ସମ୍ମୁଖରେ ଛିଡ଼ା କରାଯାଇଛି। ଆଉ ବିଶାଳ ମୂର୍ତ୍ତି ଉପରେ ଏକ କ୍ରେନ୍ ସାହାଯ୍ୟରେ କ୍ଷୀର ଢଳାଯାଉଛି। ସୋସିଆଲ ମିଡିଆ ସାଇଟ୍ ଇନଷ୍ଟାଗ୍ରାମରେ ଜାଲା ବିସଭରାଜ ସିଂ ଆଇଡିରେ ଏପରି ଏକ ଭିଡିଓ ଅପଲୋଡ୍ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |