ଭୁବନେଶ୍ବର,୨୯।୧: ରାଜ୍ୟରେ ଶୀତର ପ୍ରକୋପ କମୁଥିବା ବେଳେ ଗରମ ବଢ଼ିବାରେ ଲାଗିଛି । ତେବେ ଆଗାମୀ କିଛି ଦିନରେ ରାତି ତାପମାତ୍ରା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବା ନେଇ ଆକଳନ କରାଯାଇଥିବା ବେଳେ ରାଜ୍ୟର କିଛି ସ୍ଥାନରେ କୁହୁଡ଼ି ହେବା ନେଇ ମଧ୍ୟ ସତର୍କ କରାଯାଇଛି ।କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଜଗତସିଂହପୁର, ପୁରୀ, ଓ ଖୋର୍ଦ୍ଧା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର କୁହୁଡ଼ି ପାଇଁ କିଛି ରାଜ୍ୟକୁ ସତର୍କ କରାଯାଇଛି । ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧାରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଭୁବନେଶ୍ବରରେ ରାତି ତାପମାତ୍ରା ଅଠର ଡିଗ୍ରୀ ରେକର୍ଡ କରାଯାଉଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |