କେନ୍ଦୁଝର,୩୦।୧ :କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଲା ଟ୍ରକ । ଫଳରେ ଭାରସାମ୍ୟ ହରାଇ ବସଟି ଆଗରେ ଯାଉଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣାରେ ୨୬ ଜଣ ଯବାନ ଆହତ ହୋଇଥିବା ବେଳେ ବସର ଆଗ ଓ ପଛ କାଚ ଭାଙ୍ଗି ଯାଇଥିବା ସୂଚନା ରହିଛି ।ଚମ୍ପୁଆ ଥାନା ତଡୁଆବାହାଳ ନିକଟରେ ୫୨୦ ଜାତୀୟ ରାଜପଥ ଉପରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଗୁଆଲିରୁ ଘଟଗାଁ ଯାଉଥିବା ଏକ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ବସକୁ ପଛରୁ ଧକ୍କା ଦେଇ ଫେରାର ହୋଇଯାଇଛି ଟ୍ରକ। ଭାରସାମ୍ୟ ହରାଇ ବସଟି ଆଗରେ ଯାଉଥିବା ଅନ୍ୟ ଏକ ଟ୍ରକ ପଛରେ ପିଟି ହେବାରୁ ଗାଡ଼ିରେ ବସିଥିବା ସମସ୍ତ ଯବାନ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୧୦ଜଣ ଗୁରୁତର ହୋଇଛି । ଆହତମାନଙ୍କୁ ଚମ୍ପୁଆ ଡାକ୍ତରଖାନା ଓ ବାସୁଦେବପୁର ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୨୮ ଜଣ ଯବାନଙ୍କୁ ନେଇ ଏହି ବସଟି ଘଟଗାଁ ସ୍ଥିତ ଆନୁଆଲ କୋର୍ସ ଫାଇରିଙ୍ଗ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ଘଟିଛି ଘଟଣା ।ବସରେ ଥିବା ସମସ୍ତ ୨୬ ଜଣ ଯବାନ ଆହତ ହୋଇ ସ୍ଥାନୀୟ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବସଟି ଗୁଆଲିରୁ ଘଟଗାଁ ସ୍ଥିତ ଆନୁଆଲ କୋର୍ସ ଫାଇରିଙ୍ଗ ପରୀକ୍ଷା କେନ୍ଦ୍ରକୁ ଯାଉଥିଲା । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଧରିବାକୁ ଚମ୍ପୁଆ ପୋଲିସ ଉଦ୍ୟମ ଜାରି ରଖିଛି। ଏନେଇ ଏସଡିପିଓ ରଶ୍ମି ରଞ୍ଜନ ସାହୁ ସୂଚନା ଦେଇଛନ୍ତି ଯେ ୨୬ ଜଣ ସାମାନ୍ୟ ଆହତ ହୋଇ ଚିକିତ୍ସିତ ଅଛନ୍ତି। ସେମାନେ ଫାଇରିଂ ଟ୍ରେନିଂ ପାଇଁ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |