ନୂଆଦିଲ୍ଲୀ,୬।୩: ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି।ଆସାମ (Assam) ରେ ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି। ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି। ସେନା କହିଛି ଯେ ଭାରତୀୟ ବାୟୁସେନା ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ପ୍ରକାଶ କରୁଛି ଏବଂ ଏହି ଦୁଃଖର ମୁହୂର୍ତ୍ତରେ ସେମାନଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି।ଗୁରୁବାର, ଏକ IAF ସୁଖୋଇ Su-30MKI ଲଢ଼ୁଆ ବିମାନ ନିଖୋଜ ହୋଇଯାଇଥିବାର ଖବର ଆସିଥିଲା। ଆସାମର କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଉଡ଼ୁଥିବା ସମୟରେ ସୁଖୋଇ Su-30MKI ରାଡାର ଯୋଗାଯୋଗ ହରାଇଥିଲା। ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ୪୫ ମିନିଟରେ ଆସାମ କାର୍ବି ଆଙ୍ଗଲଙ୍ଗ ଜିଲ୍ଲାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସୁଖୋଇ। ଜୋରହାଟରୁ ପ୍ରାୟ ୬୦ କିଲୋମିଟର ଦୂର ଏକ ପାହାଡ଼ ଉପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବାୟୁସେନାର ସୂଚନା ଅନୁସାରେ, ବିମାନଟି ଆସମର ଜୋରହାଟ୍ ଏୟାର ବେସରୁ ରୁଟିନ୍ ଟ୍ରେନିଂ ପାଇଁ ଉଡ଼ାଣ ଆରମ୍ଭ କରି ୭ଟା ୪୨ ମିନିଟରେ ରାଡାର୍ ସମ୍ପର୍କରୁ ବିଚ୍ଛିନ୍ନ ହୋଇଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |