ଭୁବନେଶ୍ୱର,୯ା୩: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ଆଗକୁ ରାଜ୍ୟସଭା ନିର୍ବାଚନ ଥିବାରୁ ଗୋଟିଏ ଲକ୍ଷରେ ଏକ ହୋଇଥିବା ଉଭୟ ବିରୋଧୀ ବିଜେଡି ଏବଂ କଂଗ୍ରେସ ଏକାଠି ହୋଇ ବିଧାନସଭାର ବଜେଟ ଅଧିବେଶନରେ ସରକାରଙ୍କ ବିରୋଧରେ କଡା ଆଭିମୁଖ୍ୟ ପୋଷଣ କରିବେ ବୋଲି ଚର୍ଚ୍ଚା ଜୋର ଧରିଛି ।ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୱାରୀ ଖର୍ଚ୍ଚଦାବି ଉପରେ ଆଲୋଚନା ହେବା ସହ ମାର୍ଚ୍ଚ ୩୧ରେ ରାଜ୍ୟ ସରକାର ବ୍ୟୟମଞ୍ଜୁରୀ ବିଲ୍ ପାରିତ କରାଇବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |