୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ ,୯।୩: ଚଳିତ ରାଜ୍ୟସଭା ନିର୍ବାଚନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାରତୀୟ ଜନତା ପାର୍ଟି । ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି ପକ୍ଷରୁ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ନିର୍ବାଚନ ପ୍ରକ୍ରିୟା ଏବଂ ଦଳୀୟ ରଣନୀତିର ସଫଳ କାର୍ଯ୍ୟାନ୍ୱୟନ ପାଇଁ ଦଳ ଅଭିଜ୍ଞ ନେତାମାନଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିଛି ।ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ପର୍ଯ୍ୟବେକ୍ଷକ ନିଯୁକ୍ତ। ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି। ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପିର ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଚନ୍ଦ୍ରଶେଖର ବାବନକୁଳେ ଓଡ଼ିଶା ପାଇଁ ଦଳୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି।ସେହିପରି ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ବ ଦିଆଯାଇଛି। ରାଜ୍ୟସଭା ନିର୍ବାଚନରେ ଓଡ଼ିଶାରେ ଖାଲି ହୋଇଥିବା ୪ ଆସନ ପାଇଁ ହେବ ନିର୍ବାଚନ। ବିଜେପି ପକ୍ଷରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ଦଳ ପ୍ରାର୍ଥୀ କରିଥିବାବେଳେ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟଙ୍କୁ ସମର୍ଥନ କରୁଛି ଦଳ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!