୭ ଜିଲାକୁ ଝଡ଼ବର୍ଷା, କୁଆପଥର ମାଡ଼ ,ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩: କାଳବୈଶାଖୀ ପ୍ରଭାବରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା କମ ରହିଛି।  ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ୧୦ ଜିଲାକୁ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ କଟକ ଓ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ନବରଙ୍ଗପୁରରେ ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କିଛି ଅଞ୍ଚଳରେ ପବନ ବହିପାରେ। ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!