ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପବନ ନେଇ ୱାର୍ଣ୍ଣିଂ

ଭୁବନେଶ୍ୱର,୨୨ା୩:ଆଜିଠୁ ବଦଳିବ ପାଗ। କମିବ ଝଡ଼ବର୍ଷା ପ୍ରଭାବ। କିନ୍ତୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରବିବାର ଦିନ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ଦୁଇ ସ୍ଥାନରେ ଝଡ଼ ବର୍ଷାର ଅଧିକ ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୋମବାର ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।ସେହିପରି ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଚେତାବନୀ। ସେସବୁ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ ଓ କେତେକ ସ୍ଥାନରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଆଜିଠୁ ଝଡ଼ବର୍ଷା ପ୍ରଭାବ କମିବ। ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ମୟୁରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗ କହିଛି, ଆସନ୍ତା ୨ ଦିନରେ ଦିନ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ଖସିପାରେ। ତାପରେ ଆସନ୍ତା ୫ ଦିନରେ ପାରଦ ୨-୩ ଡିଗ୍ରୀ ସେଲସିୟସ୍ ଯାଏଁ ବଢ଼ିବା ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!