ଭୁବନେଶ୍ବର ,୨୭।୩: ଓଡ଼ିଶାରେ ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ । ଭୁବନେଶ୍ୱରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟରେ ୧୨୦ ବାଟାଲିୟନ ଅଭିମୁଖେ ବାହାରିଛନ୍ତି । ବାଟାଲିୟନରେ ରାତ୍ରୀ ରହଣି ଓ ଭୋଜନର କାର୍ଯ୍ୟକ୍ରମ ରହିଛି ।ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ ଦ୍ବିବେଦୀ ଭୁବନେଶ୍ବରରେ ପହଞ୍ଚିବା ପରେ ୧୨୦ ବାଟାଲିଅନ ମୁଖ୍ୟାଳୟକୁ ଯିବେ। ୨୮ରେ ସେ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ ଗସ୍ତ କରି ସେଠାରେ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ବୁଲି ଦେଖିବା ସହିତ ପ୍ରଶିକ୍ଷଣ କାର୍ଯ୍ୟ ତଦାରଖ କରିବେ। ୨୯ରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |