ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) :-ନବରଙ୍ଗପୁର ଜିଲ୍ଲାରେ ବିଶେଷ କରି ପେଟ୍ରୋଲ ଡିଜେଲ ଯୋଗାଣ ବାଧାପ୍ରାପ୍ତି ହେବାରେ ଲାଗିଛି|ନବରଙ୍ଗପୁର ଜିଲ୍ଲାରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼। କିଛି ଦିନ ହେବ ଆମ ଅଞ୍ଚଳରେ ବିଶେଷ କରି ତେଲ ଓ ଗ୍ୟାସ ଯୋଗାଣ ବାଧାପ୍ରାପ୍ତି ହେବାରେ ଲାଗିଛି । ଏମିତି ସ୍ଥିତିରେ ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ସହ ବିଭିନ୍ନ ସ୍ଥାନରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଅଭାବ ଦେଖିବାକୁ ମିଳିଛି । ଫଳରେ ବିଭିନ୍ନ ପେଟ୍ରୋଲ ପମ୍ପରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି । ଆଗକୁ ତେଲ ଯୋଗାଣ ଆହୁରି ଅମ୍ଭୀର ହେବା ନେଇ ଗୁଜବ ପରେ ଯେଉଁ ଟାଙ୍କିରେ ତେଲ ଅଛି, ସେଠାରେ ଶହ ଶହ ଗାଡି ଲମ୍ବା ଲାଇନ୍ ଲଗାଇଥିବା ଦେଖିବାକୁ ମିଳିଛି। ଖାଲି ଗାଡ଼ିରେ ନାହିଁ, ଜାରକିନ, ପାଣିବୋତଲ ରେ ମଧ୍ୟ ଲୋକମାନେ ତେଲ ନେଇ ଗଛିତ ରଖିବା ପାଇଁ ପ୍ରୟାସ ଜାରି ରଖିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |