ରାଇଘର ଠାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ତା ୨୫.୦୫.୨୦୨୬: ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଅତିରିକ୍ତ ଉପ ଜିଲ୍ଲାପାଳ ଶରତ ମାଝୀ, ବ୍ଲକ୍ ଅଧ୍ୟକ୍ଷ ଗୁପ୍ତ ଝାଙ୍କର, ଡି ଏମ ଓ ଡ଼ ସୁକାନ୍ତ ଚନ୍ଦ୍ର ଶତପଥୀ, ଉମରକୋଟ ଏସ ଡି ପି ଓ ଶୁଭେନ୍ଦୁ ଶବର,ବି ଡି ଓ ରିତୁ ସିଂ,ତହସିଲଦାର ମନମୋହନ ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଶିବିରରେ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୧୦ ଜଣଙ୍କୁ ମଧୁବାବୁ ପେନସନ ସହାୟତା କାର୍ଡ,୧ ଜଣ ଦିଵ୍ୟାଙ୍ଗ ଙ୍କୁ ହୁଇଲ ଚେୟାର ଏବଂ ଅନ୍ତୋଦୟ ଗୃହ ଯୋଜନାର ୬ ଜଣ ହିତାଧିକାରୀ ଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଗଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!