୧୨ ଯାଏଁ ଓଡ଼ିଶାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୭ :ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି।ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ହେଉଛି। ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା |ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ ସକ୍ରିୟ ରହିଛି। ଦୁର୍ବଳ ହେବା ପରେ ପାଗ ବଦଳିବା ସହ ବର୍ଷା କମିଛି, ଆସନ୍ତା ୫ ଦିନ ପର୍ଯ୍ୟନ୍ତ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ଗୁରୁବାର କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ ଓ ମୟୂରଭଞ୍ଜ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ଟି ସ୍ଥାନରେ ବର୍ଷା ହୋଇଥିବାବେଳେ ମୟୂରଭଞ୍ଜ ଉଦଳାରେ ସର୍ବାଧିକ ୧୫.୪ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!