ଭୁବନେଶ୍ୱର,୧୭।୮: ଆସନ୍ତା ଅଗଷ୍ଟ ୨୮ ତାରିଖ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ‘ସୁଭଦ୍ରା’ ଯୋଜନାର ଟଙ୍କା ପଠାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ସୂଚନା ଦେଇଛନ୍ତି। ଏହି ଉପଲକ୍ଷେ ନୟାଗଡ଼ରେ ଏକ ଭବ୍ୟ ରାଜ୍ୟସ୍ତରୀୟ ସମାରୋହ ଆୟୋଜନ କରାଯିବ। ରାଜ୍ୟ ସରକାରଙ୍କ ଫ୍ଲାଗସିପ୍ ଯୋଜନା ସୁଭଦ୍ରା ଯୋଜନାର ୫ମ କିସ୍ତିକୁ ନେଇ ରାଜ୍ୟର ଲକ୍ଷାଧିକ ମହିଳା ଅପେକ୍ଷାରେ ରହିଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ୫ମ କିସ୍ତି ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଜମା କରାଯିବ|ଏକ କୋଟିରୁ ଅଧିକ ମହିଳା ପଞ୍ଚମ କିସ୍ତି ପାଇବେ। ଅଗଷ୍ଟ ୨୮ ରକ୍ଷା ବନ୍ଧନ ଦିନ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି। ଏହି ଦିନ ନୟାଗଡ଼ରେ ଅନୁଷ୍ଠିତ ହେବ ସୁଭଦ୍ରାର ରାଜ୍ୟସ୍ତରୀୟ ସମାରୋହ। ଏହି ଅବସରରେ ୧ କୋଟିରୁ ଊର୍ଦ୍ଧ୍ବ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ସଙ୍ଗେ ୫ଟି କିସ୍ତି ମିଳିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |