ଭୁବନେଶ୍ୱର,୧୭।୮: ଉତ୍ତର ଓଡ଼ିଶା ସମେତ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇଛି। ସାଧାରଣ ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ବନ୍ୟା ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି।ଭଦ୍ରକ ଜିଲ୍ଲା ଆଖୁଆପଦା ନିକଟରେ ବୈତରଣୀ ଓ ସାଳନ୍ଦୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକ୍ର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି। ରାସ୍ତା ଉପରେ ପାଣି ଚାଲିବାରୁ ପ୍ରସିଦ୍ଧ ଆଖଣ୍ଡଳମଣି ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ସୋମବାର ସକାଳେ ପୁଣି ୫ଟି ଗେଟ୍ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ୍ ୭ଟି ସ୍ଲୁଇସ୍ ଗେଟ୍ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୧୯.୦୨ ଫୁଟକୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୧ ହଜାର ୨୪୦ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି।ଦଶରଥପୁର ବନ୍ୟା ଅଞ୍ଚଳରେ ପହଁଚିଲେ ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ । ତରପଦା ପଞ୍ଚାୟତ ପତିରି ଠାରୁ ପ୍ରଶାସନ ଦ୍ୱାରା ଆୟୋଜିତ ୮ ଟି ପାୱାର ବୋଟ ସାହାଯ୍ୟରେ କସାପା ପଞ୍ଚାୟତର ରାମଚନ୍ଦ୍ରପୁର ଗ୍ରାମରେ ପହଞ୍ଚିଛନ୍ତି | ସାଥିରେ ରାଜସ୍ବ ମନ୍ତୀ ସୁରେଶ ପୂଜାରୀ ଅଛନ୍ତି | ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ରାଜ୍ୟ ସଭା ସାଂସଦ ମନ ମୋହନ ସାମଲ, ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ବିଧାୟକ ହିମାଂଶୁ ଶେଖର ସାହୁ, ଅମର ନାୟକ, ଆକାଶ ଦାସ ନାୟକ, ବିଜେପି ନେତା ଗୌତମ ରାୟ, ବବିତା ମଲିକ , ଜିଲ୍ଲାପାଳ ଅମ୍ବର କୁମାର କର, ଏସପି ୟସ ପ୍ରତାପ ଶ୍ରୀମଲ, ପ୍ରମୁଖ ଉପସ୍ଥିତ ଅଛନ୍ତି।ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଅଗ୍ନିଶମ ଡିଜି ସୁଧାଂଶୁ ଷଢଙ୍ଗୀ ସୂଚନା ଦେଇଛନ୍ତି। ଯେକୌଣସି ଆପାତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବାହିନୀ ପ୍ରସ୍ତୁତ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |